District

ଶୁନ ଦୁର୍ଘଟଣ। ବାର୍ତ୍ତା ପ୍ରଚାର ରଥ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶୂନ ଦୁର୍ଘଟଣା ବାର୍ତା ପ୍ରଚାର ରଥ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର /କେନ୍ଦୁଝର, ୧୪/୯: ‘ସମୃଦ୍ଧ ଓଡିଶା, ବିକଶିତ ଓଡ଼ିଶା ର ପ୍ରତିଶ୍ରୁତିକୁ ଆଗକୁ ବଢାଇ ନେଇ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଆଜି କେନ୍ଦୁଝର ଠାରେ ଜାଣିଜ୍ୟ ଓ ପରିବହନ ବିଭାଗ ଦ୍ଵାରା ଆୟୋଜିତ ଜିରୋ ଆକ୍ଟିଜେଣ୍ଟ ହେ’ ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭକରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ବାନ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେସ୍ଟ ପଏଣ୍ଟକୁ ଉଦ୍‌ଘାଟନ କରିବା ସହିତ ସଜକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ପର୍କିତ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ଟି ବ୍ଲକରେ ସଡକ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ଭା ପ୍ରଚାର ରଥର ଶୁଭାରମ୍ଭ କରିଥିଲେ ଓ ସିଂଗନେଚର କ୍ୟାମ୍ପେନକୁ ଉଦ୍‌ଘାଟନ କରିଥିଲେ I ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ଵ ନୁହେଁ ଏଥୁ ପ୍ରତି ସଚେତନ ହେବା ପ୍ରଦକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ଵ । ଭୁବନେଶ୍ଵରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି | ଆମର ଲକ୍ଷ୍ୟ ହେବ, ଶୂନ ଦୁର୍ଘଟଣା ଦିବସ ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ

ଶୂନ ଦୁର୍ଘଟଣା ଦବସ ସୁରକ୍ଷିତ ଭାବେ ଘରକୁ ଫେରନ୍

ଏପରିକି ଘରେ ଘରେ ପହ‌ଞ୍ଚାଇବା ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା। ସମସ୍ତ କ୍ଷେତ୍ରରେ ସତର୍କତା ହିଁ ଆମକୁ ଏସବୁ ଦୁର୍ଘଟଣାରୁ ବଞ୍ଚେଇ ପାରିବା କେନ୍ଦୁଝର ଜିଲ୍ଲା ହେଉଛି ଏକ ଖଣିବହୁଳ ଅଞ୍ଚଳ ଦିନରାତି ଏଠାରେ ଖଣିଜ ପଦାର୍ଥ ପରିବହନ ହୋଇଥାଏ । ଏଠାରୁ ପ୍ରତିଦିନ ସହସ୍ର ସଂଖ୍ୟକ ଟ୍ରକ୍, ଲୋଳ ଜାରୀ ଯାନବାହାନ ଯାତାୟାତ କରୁଛି ଏହା ଅଞ୍ଚଳର ଅର୍ଥନୀତିକୁ ସଚଳ କରୁଛି, କିନ୍ତୁ ଏହା ସହିତ ସଡ଼କ ସୁରକ୍ଷା ପାଇଁ ଏକ ବିଶେଷ ଚାଲେଞ୍ଜ ମଧ୍ୟ ହୋଇ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ କେନ୍ଦୁଝର ଜିଲ୍ଲାର ପ୍ରତିକ ନାଗରିକଙ୍କୁ ଯାତାୟତ ସମୟରେ ସଜଳ ସୁରକ୍ଷା ନିୟମାବଳୀ ମାନିବା ସହିତ ସତର୍କତା ଅବଲମ୍ପନ କରିବା ପାଇଁ ସେ ଆହ୍ୱାନ

ଦେଇଥିଲେ ସେ ପୁଣି କହିଥିଲେ ଯେ ଶୂନ ଦୁର୍ଘଟଣା ଦିବସ ପାଳନ କରୁଛି ଏହା ଏପରି ଏକ ପଦକ୍ଷେପ ଯାହା ଆମର କୁ ପ୍ରଦର୍ଶନ କରୁଛି। ଖଣି ଓ ଶିଳ୍ପ କ୍ଷେତ୍ର ସହିତ ସଂଲଗ୍ନ ସମସ୍ତ କମ୍ପାନି, ଡ୍ରାଇଭ, କର୍ମଚାରୀ ମାନଙ୍କ ସୁରକ୍ଷାକୁ ପ୍ରଥମ ପ୍ରାଥମିକତା ଦିଅନ୍ତୁ। ଜାରୀ ଯାନବାହାନ ଗୁଡିକର ନିୟମିତ ମେଣ୍ଟେନାନ୍‌ସ, ଡ୍ରାଇଭର ମାନଙ୍କୁ ପ୍ରଶିକ୍ଷଣ କୁ ଗୁରୁତ୍ବ ଦିଅନ୍ତୁ। ଏହି ସବୁକିଛିକୁ ବଡ଼ାକଡ଼ି ଭାବରେ ପାଳନ କରି ଲେ ଅନେକ ଦୁର୍ଘଟଣାକୁ ରୋକାଯାଇ ପାରିବା ଏହି ଅବସରରେ ରାଜ୍ୟସଭା ସାଂସଦ ସୁଜିତ କୁମାର, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ପାଟଣା ବିଧାୟକ ଅଳ

ନାୟକ, ତେଲକୋଇ ବିଧାୟକ ଡା. ଫକୀର ମୋହନ ନାୟକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ପୁଲିସ ଡ଼ି.ଜି. ଯୋଗେଶ ବହାଦୁର ଖୁରାନିଆ, ଏସ.ଟି.ଏ କମିସନର ଅମିତାଭ ଠାକୁର, ଡ଼ି.ଆଇ.ଡି ବ୍ରିଜେଶ ରାୟ ଓ ଜିଲ୍ଲାପାଳ ବିଶାଳ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରେ ଶୂନ୍ୟ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ ଜେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆଇ.ଆଇ.ଟି ମାଡ୍ରାସ ସହାୟତାରେ କେନ୍ଦୁଝରରେ ଏଥ୍ ନିମନ୍ତେ ଏକ ୧୪-ଦିନିଆ, କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଆଇ.ଆଇ.ଟି ମାଡ୍ରାସ ଦୁର୍ଘଟଣାକୁ କିପରି ପ୍ରତିହତ କରି ହେବ, ସେଥ‌ି ପାଇଁ ମାର୍ଗଦର୍ଶନ କରିବ

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button