
ପାରଳାଖେମୂଣ୍ଡି, ୨୨/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ରାୟଗଡ, ଡ଼ମ୍ବାଲ ଓ ଜିରାଙ୍ଗ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୫୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ଗୋଟି ୨୭ ,ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ,ତହସିଲଦାର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ ଓ ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।