District

ପୂଜ। ପ।ଇ ଆଗୁଆ ଦରମ। ମିଳିବ ,ଓଡ଼ିଶା ମୂଖ୍ଯମନ୍ତ୍ରୀଙ୍କ ନିଦ୍ଦେର୍ଶ

ପୂଜା ପାଇଁ ଆଗୁଆ ମିଳିବ ଦରମା

ସରକାରୀ କର୍ମଚାରୀଙ୍କ ସେପମ୍ବର ମାସର ଦରମାକୁ ୨୬ ତାରିଖରେ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ତ।୨୫/୯ ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ଋତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଏଝଞ ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖ୍ ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button