District

ମୋହନ। ବ୍ଲକ ବୁଲୁବ। ଗ୍ରାମ ପଞ୍ଚାୟତ ରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣ।ଣି ଅଭିଯୋଗ ଅନୁଷ୍ଠିତ

ମୋହନା ବ୍ଲକ ଗୁଲୁବା ଗ୍ରାମ ପଞ୍ଚାୟତ ରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୧୬/୧୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ⁶ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁଲୁବା ଗ୍ରାମ ପଞ୍ଚାୟତ ସମେତ ଡେଙ୍ଗାସ୍ଖଳ,ବିରିକୋଟ ଓ ମାଣ୍ଡିମେରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୪୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୧୦୨ ଗୋଟି ଅଭିଯୋଗ ଆସିଥିଲା ସେଥିମଧ୍ୟରୁ ୪ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ,
ତହସିଲଦାର , ସ୍ଥାନୀୟ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Govinda Tripathy (Editor)

Related Articles

Leave a Reply

Your email address will not be published. Required fields are marked *

Back to top button