District

ମହିଳା ଦିବସରେ ସୁଭଦ୍ରାର ଚତୁର୍ଥ କିସ୍ତି ଅର୍ଥ ପ୍ରଦାନ

ମହିଳା ଦିବସରେ ସୁଭଦ୍ରାର ଚତୁର୍ଥ କିସ୍ତି ଅର୍ଥ ପ୍ରଦାନ
ମାଲକାନଗିରି, ୮/୩
ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ସ୍ଥାନୀୟ ସଂସ୍କୃତି ଭବନ ଠାରେ ସୁଭଦ୍ରାର ଚତୁର୍ଥ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ପୁରୀ ଜିଲ୍ଲଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲା ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଜିଲ୍ଲା ସ୍ତରୀୟ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନାରାୟଣ ଦାସ ଉପସ୍ଥିତ ଥିଲେ। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ ନାରୀ ଶକ୍ତିଙ୍କୁ ସଶକ୍ତ କରିବା ପାଇଁ ଲୋକଙ୍କ ସରକାର ସଂକଳ୍ପବଦ୍ଧ ଭାବେ ନିରନ୍ତର କାର୍ଯ୍ୟ କରୁଛନ୍ତି । ସୁଭଦ୍ରା ଯୋଜନା ହେଉଛି ଏହି ସଂକଳ୍ପର ଏକ ଜ୍ୱଳନ୍ତ ଉଦାହରଣ । ସୁଭଦ୍ରା ଯୋଜନା ମହିଳାଙ୍କୁ ସାମାଜିକ ତଥା ଆର୍ଥିକସ୍ତରରେ ସଶକ୍ତ କରିବା ସହିତ ସ୍ୱାବଲମ୍ବୀ କରିପାରିଛି । ମହିଳାମାନଙ୍କୁ ସୁଭଦ୍ରା ଆର୍ଥିକ ରୂପେ ସ୍ଵାଧୀନ କରିବା ସହିତ ଏକ ସ୍ୱତନ୍ତ୍ର ପରିଚୟ ମଧ୍ୟ ପ୍ରଦାନ କରିଛି । ମହିଳାଙ୍କ ଶକ୍ତି ହିଁ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପ୍ରକ୍ରିୟାକୁ ଆଗାମୀ ଦିନରେ ତ୍ୱରାନ୍ୱିତ କରିବ । ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଶ୍ରୀମତି ତାଙ୍ଗୁଲ ସମସ୍ତଙ୍କୁ ଆନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇବା ସହ ମାଆ ମାନଙ୍କୁ ନିଜ ଅଧିକାର ବିଷୟରେ ସଚେତନ କରିବା ସହ ପ୍ରତ୍ୟେକ କ୍ଷେତ୍ରରେ ସଶକ୍ତ ହେବା ପାଇଁ ଉତ୍ସାହିତ କରିଥିଲେ। ଜିଲ୍ଲାରେ ଚତୁର୍ଥ କିସ୍ତି ରେ ୧ ଲକ୍ଷ ୪୦ ହଜାର ରୁ ଉର୍ଦ୍ଧ୍ବ ହିତାଧୀକାରୀ ସୁଭଦ୍ରା ଅର୍ଥ ରାଶି ପାଇଛନ୍ତି। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଆୟୋଜନ କରାଯାଇଥିବା ବିଭିନ୍ନ ପ୍ରତିଯୋଗୀତାର ପୁରସ୍କାର ବଣ୍ଟନ କରାଯାଇଥିଲା। ଜିଲ୍ଲା ସମାଜ ମଙ୍ଗଳ ଵିଭାଗ ଅଧୀନରେ ସର୍ବଶେଷ୍ଠ କାର୍ଯ୍ୟ ଦକ୍ଷତା ପାଇଁ ବିଭିନ୍ନ ଅଧିକାରୀ କର୍ମଚାରୀ ମାନଙ୍କୁ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମ ଆୟୋଜନ କରିବାରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ଅଧିକାରୀ କର୍ମଚାରୀ ସହଯୋଗ କରିଥିଲେ।
(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ, ମାଲକାନଗିରି)

Keshab Chandra Nayak (District Reporter) Malkangiri

Related Articles

Leave a Reply

Your email address will not be published. Required fields are marked *

Back to top button