District

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୩/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା,ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି ରାୟଗଡ଼ ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୩୮ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,
ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ,ପଞ୍ଚାୟତ ସମିତି ଉପ ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ରଞ୍ଜନ ପାଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ, ତହସିଲଦାର ସୁକାନ୍ତ ପ୍ରଧାନ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Goruda Dhwaja Choudhary ( District Reporter ) Gajapati

Related Articles

Leave a Reply

Your email address will not be published. Required fields are marked *

Back to top button