District

ପାରଳାଖମୁଣ୍ଡିଠାରେ ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

ପାରଳାଖମୁଣ୍ଡିଠାରେ ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ପାଳିତ

ପାରଳାଖେମୁଣ୍ଡି:୧୪/୪(ଗରୁଡ଼ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରତରତ୍ନ ବାବାସାହେବ ଡଃ.ଭୀମରାଓ ଆମ୍ବେଦକରଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଅଛି । ଏହି ଅବସରରେ ନୂଆ ବସ ଷ୍ଟାଣ୍ଡ ଠାରେ ଥିବା ବାବାସାହେବ ଡଃ.ଭୀମରାଓ ରାମଜୀ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ସମସ୍ତ ଅତିଥିଙ୍କ ଦ୍ୱାରା ପୁଷ୍ପ ମାଲ୍ୟାର୍ପଣ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ମୁନନ୍ଦ୍ର ହୋନନାଗା,ପାରଳାଖେମୁଣ୍ଡି ପୌରପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ନିର୍ବାହୀ ଅଧିକାରୀ, ପୌରପରିଷଦ ପାରଳାଖେମୁଣ୍ଡି, ଲକ୍ଷ୍ମଣ କୁମାର ମୁର୍ମୁ ସମେତ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ମୁଖ୍ୟ ଅତିଥି ତଥା ସମସ୍ତ ସମ୍ମାନିତ ଅତିଥି ଗଣ କହିଥିଲେ ଯେ ଭାରତର ସମ୍ବିଧାନ ଗଠନ କରିବା ଦିଗରେ ଆମ୍ବେଦକରଙ୍କ ଭୂମିକା, ସଂଘର୍ଷମୟ ଜୀବନୀ, କାର୍ଯ୍ୟାବଳୀ, ବିଭିନ୍ନତା, ରାଜନୈତିକ, ଅର୍ଥନୈତିକ, ଦାର୍ଶନିକ, ସମାଜ ସଂସ୍କାରକ ପ୍ରଭୃତିର ଅଧିକାରୀ ରହି ଭାରତୀୟ ସମ୍ବିଧାନର ପ୍ରତିଷ୍ଠା କରିଥିଲେ । ଆମ୍ବେଦକରଙ୍କର ଭୂମିକା ସଂରକ୍ଷଣ ବ୍ୟବସ୍ଥା ଓ ସମ୍ବିଧାନ ପ୍ରଣୟନ ସମୟରେ ବିଜ୍ଞତାର ପରିଚୟ ଦେଇଥିବା ମତବ୍ୟକ୍ତ କରିଥିଲେ । ସେ ବହୁ ଦେଶର ଗଣତାନ୍ତ୍ରିକ ସମ୍ବିଧାନ ଅଧ୍ୟୟନ କରି ଭାରତୀୟ ସମ୍ବିଧାନ ପ୍ରସ୍ତୁତ କରିଥିବା ଏବଂ ଏହାର ସାରମର୍ମ ସମ୍ପର୍କରେ ଅବଗତ କରାଇଥିଲେ । ଆମ୍ବେଦକର ସ୍ଵତନ୍ତ୍ରତା, ସମାନତା ଓ ସାମାଜିକ ନ୍ୟାୟ ଆଧାରିତ ସମାଜ ନିର୍ମାଣ କରିବା ପାଇଁ ଆଜୀବନ ପ୍ରଚେଷ୍ଟା କରିଥିଲେ ବୋଲି ଅତିଥିଗଣ କହିଥିଲେ । ଏହି ପରିପ୍ରେକ୍ଷିରେ ଏକ ଶୋଭାଯାତ୍ରା ସ୍ଥାନୀୟ ଦଣ୍ଡମାଳା ସାହି ଠାରୁ ନୂତନ ବସଷ୍ଟାଣ୍ଡ ପର୍ଯ୍ୟନ୍ତ କରାଯାଇଥିଲା । ଏହି ଶୋଭାଯାତ୍ରାରେ ସ୍ଥାନୀୟ ବୁଦ୍ଧିଜୀବୀ,ବରିଷ୍ଠ ନାଗରିକ,ବିଭିନ୍ନ ବିଭାଗର ଅଧିକାରୀ କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ ।
ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ବିନୋଦ ଚନ୍ଦ୍ର ଜେନା, ୱାୟ.ଦିଲେଶ୍ଵର ରାଓ, ଭି.ଗୋପାଳ ରାଓ,ବାବୁଲା ପୂଜାରୀ,ବାବାଜୀ ପ୍ରଧାନ, କେ.ରବି କୁମାର , ସୁବାଷ ଚନ୍ଦ୍ର ସେଠୀ ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷରାମୟ ସେନାପତି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର କର୍ମଚାରୀ ଅପରାନନ୍ଦ ଆନନ୍ଦ, ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ। ଉତ୍

Goruda Dhwaja Choudhary ( District Reporter ) Gajapati

Related Articles

Leave a Reply

Your email address will not be published. Required fields are marked *

Back to top button