BusinessOdishaPolitics

ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ

ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ନବରଙ୍ଗପୁର, 09/06: ଆଜି ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନ ଗୃହରେ ମାନ୍ୟବର ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମର ଜିଲ୍ଲା ସ୍ତରୀୟ ସମୀକ୍ଷା ଏବଂ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାରେ ଆସନ୍ତା ୧୨ରୁ ୧୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ବିକାଶ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ, ମାନ୍ୟବର ବିଧାୟକ ଝରି ଗାଁ ନରସିଂହ ଭାତରା, ସାଂସଦ ପ୍ରତିନିଧି କୁଞ୍ଜ ବିହାରୀ ଦାସ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ତପନ କୁମାର ଖୁଣ୍ଟିଆ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବିଶ୍ଵଜିତ ବର୍ମନ୍, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି

ନରାୟଣ ଦରୱାନ, ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ସିଡିଓ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ଅତିଥି ମାନଙ୍କୁ ସ୍ବାଗତ କରିଥିଲେ । ମାନ୍ୟବର ମନ୍ତ୍ରୀଙ୍କୁ ଉତ୍ତରୀୟ ଦେଇ ସମ୍ବଦ୍ଧନା କରାଯାଇଥିଲା ।

Editor@Abbc

Related Articles

Leave a Reply

Your email address will not be published. Required fields are marked *

Back to top button