EducationNationOdishaPoliticsSports

ଭଞ୍ଜନଗରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଭଞ୍ଜନଗର,୨୧/୬ : ଭଞ୍ଜନଗର ବେଲେଶ୍ବର ଶୈବ ପୀଠରେ ଶନିବାର ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଭଞ୍ଜନଗର ପଞ୍ଚାୟତ ସମିତି ଓ ଭଞ୍ଜନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଯୋଗ ଶିବିରରେ ମୁଖ୍ୟ ଅତିଥି ରୁପେ ଉପଜିଲ୍ଲାପାଳ ଉମାଶଙ୍କର ବେହେରା ଯୋଗଦେଇଥିଲେ। ସମ୍ମାନିତ ଅତିଥି ରୁପେ ଏନଏସି ଉପାଧ୍ୟକ୍ଷା ଶୁଭଶ୍ରୀ ଦାସ ଯୋଗଦେଇଥିଲେ।ଉକ୍ତ ଯୋଗ ଶିବିରରେ ଶରୀର ପ୍ରତି ଯୋଗର ଉପକାରିତା ଓ ଦୈନନ୍ଦିନ ଜୀବନରେ ଯୋଗାଭ୍ୟାସ କରିବା ଉଚିତ ବୋଲି ଅତିଥି ଗଣ ବକ୍ତବ୍ୟ ରେ କହିଥିଲେ। ଯାହାଦ୍ୱାରା ମଣିଷ ସୁସ୍ଥ ରହିଲେ ସମାଜ ସୁସ୍ଥ ରହିବ। ଯୋଗ ଶିବିର ରେ ଉପଜିଲ୍ଲାପାଳ ଶ୍ରୀ ବେହେରା ଙ୍କ ସମେତ ବିଡ଼ିଓ ଭାରତୀ ଦେବୀ,ସିଡ଼ିପିଓ ମିଲିମା କୁମାରୀ ପଣ୍ଡା,ଏବିଡ଼ିଓ ପୁର୍ଣ୍ଣଚନ୍ଦ୍ର ପାଢୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର,ଉପଖଣ୍ଡ ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି,ଅବକାରୀ ଅଧିକାରୀ ଡମ୍ବୁରୁଧର ହରିଜନ,ନଗର ସାସଂଦ ପ୍ରତିନିଧି ସନ୍ତୋଷ କୁମାର ତିଆଡି,ସମସ୍ତ ସରକାରୀ ଅଧିକାରୀ,କର୍ମଚାରି ଗଣ,ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣ ଯୋଗାଭ୍ୟାସ କରିଥିଲେ। ଯୋଗ ପ୍ରଶିକ୍ଷକ ଯୋଗ ପ୍ରଶିକ୍ଷଣ ଦେଇଥିଲେ। ବ୍ଲକର କନିଷ୍ଠ ଯନ୍ତ୍ରୀ ପ୍ରଫୁଲ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

Editor@Abbc

Related Articles

Leave a Reply

Your email address will not be published. Required fields are marked *

Back to top button