
ପାରଳାଖେମୁଣ୍ଡି,୦୮/୦୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶଙ୍କର କେରକେଟା ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା,ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୬୩ ଗୋଟି ଅଭିଯୋଗ ଥାଏ ପତ୍ର ଗ୍ରହଣ କରାଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୪ ଗୋଟି ଓ ୩ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ୍ ଆଲ୍ଲୀ, ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।