Education

ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲ ଶୁଭାରମ୍ଭ କଲେ ମୁଖ୍ଯମନ୍ତ୍ରୀ

ଏମଏଲଏ ଲ୍ୟାଡ ୱେବ୍‌ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମିଳିବ ଯୋଜନା ସମ୍ବନ୍ଧୀୟ ସବିଶେଷ ତଥ୍ୟ।

 

ଭୁବନେଶ୍ୱର, ୧୩/୮:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍ – ଏସ୍.ଏ’ ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସ‌ହିତ ଏମ.ଏଲ.ଏ ଲ୍ୟାଡ ଲ୍ୟାଡ ୱେବ୍‌ ପୋର୍ଟାଲର ଶୁଭାରମ୍ଭକରିଛନ୍ତି I ଆଜି କ୍ୟା କ୍ୟାବିନେଟ୍ ବୈଠକ କ ଆରମ୍ଭପୂର୍ବରୁ ସମସ୍ତ ସମସ୍ତ କ୍ୟାବିନେଟ୍ ସହ‌ଯୋଗୀ ମାନଙ୍କ ଉପସ୍ଥିତିରେ ମୁଖ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି I ଏହା ସହ  ହେବା  ସରଳୀକୃତ ଗାଇଡଲାଇନ ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ନୂତନ  ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋ ଛାଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ଵଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ ।

 

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି I ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ଵଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି । ଏହି ପୋର୍ଟାଲ ମାଧ୍ଯମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତ ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ । ଜନସାଧାରଣଙ୍କ ପାଇଁ ଯୋଜନା ସମ୍ବନ୍ଧୀୟ ସବିଶେଷ ତ‌ଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର

 

ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା

 

ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତ‌ଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ ପ୍ରକଳ୍ପର ସୁପାରିଶଠାରୁ କାର୍ଯ୍ୟାଦେଶ ମିଳିବା ପର୍ଯ୍ୟନ୍ତ ସମୟ ଅବଧୂ ୩୦ ଦିନ ରଖାଯାଇଛି । ସୂଚନା ଯୋଗ୍ୟ ଯେ, ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଯୋଜନା ୧୯୯୭-୯୮ରୁ ଆରମ୍ଭ ହୋଇ ଜନସାଧାରଣଙ୍କ ଛୋଟ ଛୋଟ କିନ୍ତୁ ନିତ୍ୟାନ୍ତ ଆବଶ୍ୟକୀୟ ଭିତ୍ତିଭୂମି ଗଠନ କରିବାରେ ଏକ ମଜବୁତ୍ ମାଧ୍ୟମ ହୋଇପାରିଛି । ପର୍ଯ୍ୟାୟକ୍ରମେ, ପ୍ରତକ ବିଧାନସଭା କ୍ଷେତ୍ର ପାଇଁ ଏହି ଅନୁଦାନ ୫ ଲକ୍ଷରୁ ୩ କୋଟି ଟଙ୍କାକୁ ବୃଦ୍ଧି ପାଇ, ୨୦୨୫-୨୬ ଆର୍ଥକ ବର୍ଷରେ ଏହା ପ୍ରତ୍ୟକ ବିଧାନସଭା କ୍ଷେତ୍ର ପାଇଁ ୫ କୋଟି ଟଙ୍କା ହିସାବରେ ବ୍ୟୟ ବରାଦ କରାଯାଇଅଛି |ଏହି ନୂତନ ଗାଇଡଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ମାନ୍ୟବର ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି, ପଡୋଶୀ ରାଜ୍ୟ ଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି ଏବଂ କ୍ଷେତ୍ରସ୍ତରରେ ଉପୁଜୁଥିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ ଲାଇନ ଓ ୱେବ୍‌ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ I

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button