Education

ଜୟପୁର ବିଧାୟକ ତାରାପ୍ରସାଦ ବ।ହିନୀପତି ଶୋଭାଯାତ୍ରା ବେଳେ ଅଚାନକ ଆକ୍ରମଣ

MLA Taraprasad Bahinipati

 

ଶୋଭାଯାତ୍ରା ବେଳେ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

 

କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା ବେଳେ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତିଙ୍କୁ କୃଷ୍ଣଚନ୍ଦ୍ର କୁଲଦୀପ ନାମକ ଜଣେ ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

 

 

 

ଶୋଭାଯାତ୍ରା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ଅଭିଯୋଗ ହୋଇଛି। ଗତ ୧୪ ତାରିଖ ରାତିରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା କୋରାପୁଟ ସହରରେ ଅନୁଷ୍ଠିତ ହୋଇଥିଲା। ଶୋଭାଯାତ୍ରା ଗୁଣ୍ଡିଚା ମନ୍ଦିର ନିକଟରୁ ଆରମ୍ଭ ହୋଇ ବସଷ୍ଟାଣ୍ଡରେ ସରିଥିଲା। ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିଲେ।

 

କୋରାପୁଟ ବସ୍ ଷ୍ଟାଣ୍ଡ ନିକଟରେ ହଠାତ କୃଷ୍ଣଚନ୍ଦ୍ର କୁଲଦୀପ ନାମକ ଜଣେ ବ୍ୟକ୍ତି ବାହିନୀପତିଙ୍କୁ ଅଚାନକ ଆକ୍ରମଣ କରିଥିଲେ। ଉପସ୍ଥିତ ଲୋକେ କୃଷ୍ଣକୁ କାବୁ କରି ଟାଉନ ଥାନରେ ଜିମା ଦେଇଥିଲେ। ଟାଉନ ଥାନା ପୋଲିସ କୃଷ୍ଣଙ୍କର ଡାକ୍ତରୀ ପରୀକ୍ଷା କରିବା ସହ ଅଟକ ରଖ୍ ପଚରଉଚରା କରୁଛି। ଉଭୟ ପଟୁ ଥାନାରେ ଲିଖୂତ ଅଭିଯୋଗ ହୋଇଛି।

 

 

 

 

 

 

 

 

 

 

 

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button