District

ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ପାରଳାଖେମୁଣ୍ଡି:୨୬/୩(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ବିଭିନ୍ନ ପ୍ରତିଯୋଗତା ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଆସନ୍ତା ଅପ୍ରେଲ ୧ ତାରିଖ ଦିନ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ସେହିପରି ଅପ୍ରେଲ ୨୬ ତାରିଖରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଉତ୍ସବରେ ଉକ୍ତ ସ୍ଥାନରେ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯିବ।ଏହି ପ୍ରତିଯୋଗୀତାର ବିଚାରକ ମଣ୍ଡଳୀଭାବରେ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା, ଅମେଶ ଲିମ୍ମା, ସୁଲତା ଶୁଭଦର୍ଶୀ, ରାମଶଙ୍କର ଗନ୍ତାୟତ,ଚିତ୍ରା ରଥ, ସୁମିତ୍ରା କୁମାରୀ ଜେନା, ପଦ୍ମନି କୁମାରୀ ପଣ୍ଡା, ସୁଜାତା ନନ୍ଦ ବବିତା ପୁରୋହିତ ଓ ଅନିତା ଦାସ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଉପସ୍ଥିତ ଥିଲେ।ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆୟୋଜିତ ହେଇଥିବା ବେଳେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷାରମୟ ସେନାପତି ଉପସ୍ଥିତ ଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜିଲ୍ଲା ଶାରିରୀକ କ୍ରୀଡ଼ା ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Goruda Dhwaja Choudhary ( District Reporter ) Gajapati

Related Articles

Leave a Reply

Your email address will not be published. Required fields are marked *

Back to top button